ଓଡିଶା

odisha

ETV Bharat / city

Odisha Weather: ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଓଡ଼ିଶା ପାଣିପାଗ ଅପଡେଟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ

Odisha Weather:  ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Odisha Weather: ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

By

Published : Feb 3, 2022, 7:37 PM IST

ଭୁବନେଶ୍ବର:ବଙ୍ଗୋପସାଗରରୁ ଓଡିଶା ମୁହାଁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଆଜି(ଗୁରୁବାର) ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ବଦଳିଛି । ଏହାସହିତ କିଛି ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଛି । ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଶୁକ୍ରବାର ସକାଳ ୮ଟା ୩୦ ସୁଦ୍ଧା ୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather: ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ୮ ଜିଲ୍ଲା ଝାରସୁଗୁଡା, ବରଗଡ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡି଼ ସହ ବର୍ଷା ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତା କାଲି ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା ପୁରୀରେ ବିଜୁଳି ଘଡଘଡି ଏବଂ ୯ ଜିଲ୍ଲାରେ କୁଆପଥର ବର୍ଷା ପାଇଁ ଚେତାବନୀ ଦିଆଯାଇଛି ।

ଏହା ବି ପଢନ୍ତୁ: ନନ୍ଦନକାନନରେ ବାଘ ଛୁଆ ବଂଶୀର ମୃତ୍ୟୁ, ଅନ୍ତଃନଳୀ ସହ ପାକସ୍ଥଳୀ ହୋଇଥିଲା ସଂକ୍ରମିତ

ତେବେ ଆସନ୍ତା ଦୁଇ ଦିନ ପରେ ପାଗ ଶୁଖିଲା ରହିବ । ଏହା ସହ ରାତିର ସର୍ବନିମ୍ନ ତାପମାତ୍ରା ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ABOUT THE AUTHOR

...view details