ଓଡିଶା

odisha

ETV Bharat / city

Weather Update: ୩ ଦିନ ପ୍ରବଳ ବର୍ଷିବ, ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ - ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ

୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ ! ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ ! ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

By

Published : Aug 7, 2022, 10:59 AM IST

Updated : Aug 7, 2022, 12:47 PM IST

ଭୁବନେଶ୍ବର: ଓ୍ବେଲମାର୍କ ଲୋ’ ପ୍ରେସରରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆଜିଠୁ ଓଡିଶାରେ ବର୍ଷାର ପରିମାଣ ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି(ରବିବାର) ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାବ୍ୟତୀତ ୧୪ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଜିଠାରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ସକ୍ରିୟ ଘୂର୍ଣ୍ଣି-ବଳୟ ପ୍ରଭାବରେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ଲଘୁଚାପ-କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା, ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅତି ପ୍ରବଳ ବର୍ଷା ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ତଳିଆ ଅଞ୍ଚଳ, ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ, କଚ୍ଚା ରାସ୍ତା ଆଉ କଚ୍ଚା ଘର ପ୍ରଭାବିତ ହେବାର ସମ୍ଭାବନା ରହିଛି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 7, 2022, 12:47 PM IST

ABOUT THE AUTHOR

...view details