ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଧିରେ ଧିରେ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେବ । ୨୬ ତାରିଖ ସକାଳ ସମୟରେ ଏହି ବାତ୍ୟା ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମଧ୍ୟ ଭାଗରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛନ୍ତି ।
ଆସୁଛି ବାତ୍ୟା, ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ - ବାତ୍ୟା ଅପଡେଟ
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଧିରେ ଧିରେ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେବ । ମତ୍ସ୍ୟଜୀବୀଙ୍କୁ 23 ସୁଦ୍ଧା ସ୍ଥଳଭାଗକୁ ଫେରି ଆସିବାକୁ ପରାମର୍ଶ । ଅଧିକ ପଢନ୍ତୁ...

ଆସୁଛି ବାତ୍ୟା ୟସ, ସତର୍କ ସୂଚନା ଜାରିକଲା ଆଞ୍ଚଳିକ ପାଣିପାଗ ବିଭାଗ
ଆସୁଛି ବାତ୍ୟା ୟସ୍, ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ
ତେବେ ବାତ୍ୟା ୟସ ପ୍ରଭାବରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଯିବ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଜଗତସିଂହପୁର ଜିଲ୍ଲାରେ ଏହାର ପ୍ରଭାବ ରହିବ । ଏହାସହ ୨୭ ତାରିଖ ସୁଦ୍ଧା ସମୁଦ୍ରରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ସମୁଦ୍ର ଅଶାନ୍ତ ରହିବା ହେତୁ ଆସନ୍ତା ୨୩ ତାରିଖ ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ମସ୍ତ୍ରଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ