ଭୁବନେଶ୍ବର: ରାଜ୍ୟରେ କମୁଛି ସଂକ୍ରମଣ କମୁନି ମୃତ୍ୟୁସଂଖ୍ୟା । ଉପରମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ବଢି ଚାଲିଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଗତକାଲି ୨୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି (ଶୁକ୍ରବାର) ରାଜ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୮୩୮କୁ ବୃଦ୍ଧି ହୋଇଛି ।
ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଥିବାବେଳେ ବାଲେଶ୍ବର, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି ।