ଭୁବନେଶ୍ବର: ରାଜ୍ୟରେ କମିଲା କୋରାନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୫୮ ଜଣ ଥିବାବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଦିନକରେ ୨୭୧ କୋରୋନା ପଜିଟିଭ ଚିହ୍ନଟ, ୬୦ ଶିଶୁ ଆକ୍ରାନ୍ତ - ଓଡିଶା କୋରୋନା
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୦ ଶିଶୁ ଆକ୍ରାନ୍ତ । ଅଧିକ ପଢନ୍ତୁ...
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଜଣ ଥିବାବେଳେ ବାଲେଶ୍ବରରୁ ୧୪, ଭଦ୍ରକରୁ୨, ବଲାଙ୍ଗୀରରୁ ୧, କଟକରୁ ୨୩, ଦେବଗଡରୁ ୮, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୭, ଯାଜପୁରରୁ ୧୦, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝର ୫, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୫, ନୟାଗଡରୁ ୧, ପୁରୀରୁ ୭, ରାୟଗଡାରୁ୪, ସମ୍ବଲପୁରରୁ ୨୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୦ ଏବଂ ଷ୍ଟେଟ ପୁଲ୍ରୁ ୨୫ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୬୯୯ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ