ଓଡିଶା

odisha

ETV Bharat / city

Odisha Corona Report: ଖସୁଛି ସଂକ୍ରମଣ, ଦିନକରେ ୩୬ ସଂକ୍ରମିତ

ରାଜ୍ୟରେ ତଳ ମୁହାଁ ହୋଇଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩୬ କୋରୋନା ପଜିଟିଭ ଚିହ୍ନଟ ।

Odisha Corona Report
Odisha Corona Report

By

Published : Apr 3, 2022, 9:26 AM IST

ଭୁବନେଶ୍ବର: ରାଜ୍ୟରେ କ୍ରମଶଃ ତଳ ମୁହାଁ ହୋଇଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୬ କିଶୋର କିଶୋରୀ ରହିଥିବା ବେଳେ ୨୧ କ୍ବାରେଣ୍ଟାଇନ ସେଣ୍ଟର ଓ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୨ , ବଲାଙ୍ଗୀରରୁ ୧, ଦେବଗଡରୁ ୧, ଗଜପତିରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୨, କେନ୍ଦ୍ରପଡାରୁ ୩ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୫ ,ସମ୍ବଲପୁରରୁ ୪ ଜଣ ଓ ସୁନ୍ଦରଗଡରୁ ୯ଜଣ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୩୭ ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୩୩୦ସକ୍ରିୟ ମାମଲା ରହିଛି । ନୂଆ ୭୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୧୨ ଲକ୍ଷ ୭୮ ହଜାର ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ୩୦୭୬୪୫୮୧ କୋରୋନା ପରୀକ୍ଷା ସରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details