ଓଡିଶା

odisha

ETV Bharat / city

Odisha Corona: ଆଜିବି ସଂକ୍ରମଣ ୪୦୦ ପାର - ଓଡିଶା କୋରୋନା ସଂକ୍ରମଣ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

Odisha Corona: ଆଜିବି ସଂକ୍ରମଣ ୪୦୦ ପାର
Odisha Corona: ଆଜିବି ସଂକ୍ରମଣ ୪୦୦ ପାର

By

Published : Jul 7, 2022, 9:48 AM IST

ଭୁବନେଶ୍ବର:ଉପର ମୁହାଁ କୋରୋନା ଗ୍ରାଫ । ଲଗାତାର ୪୦୦ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୫୧ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୫୬ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୩, ବାଲେଶ୍ବରରୁ୨୨, ବରଗଡରୁ ୪, ଭଦ୍ରକରୁ ୫, କଟକରୁ ୮୮, ଦେବଗଡରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୬, ଯାଜପୁରରୁ ୫, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୮, ନୟାଗଡରୁ ୪, ନୂଆପଡାରୁ ୩, ପୁରୀରୁ ୧୧, ରାୟଗଡାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୨, ସୁନ୍ଦରଗଡରୁ ୨୦ ଏବଂ ଷ୍ଟେଟପୋଲରୁ ୪୩ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୧୧୭ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୧୬୯୫ ସକ୍ରିୟ ମାମଲା ରହିଛି । ନୂଆ ୧୨୯ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୯୧ ହଜାର ୯୪୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି

ABOUT THE AUTHOR

...view details