ଓଡିଶା

odisha

ETV Bharat / city

ଓଡିଶା ସରକାର ଓ ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ବୁଝାମଣା

ଉତ୍ତମ ସେବା ଯୋଗାଣ କ୍ଷେତ୍ରରେ ଆଉ ଏକ ପଦକ୍ଷେପ । ରାଜ୍ୟ ସରକାର ଓ ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ । ଅଧିକ ପଢନ୍ତୁ

ଓଡିଶା ସରକାର ଓ IFC ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର
ଓଡିଶା ସରକାର ଓ IFC ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର

By

Published : Jul 22, 2022, 8:20 AM IST

ଭୁବନେଶ୍ବର: ଉତ୍ତମ ସେବା ଯୋଗାଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କର ଆଉ ଏକ ପଦକ୍ଷେପ । ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରିକରଣ ଓ ପୁନଃବିନିଯୋଗ ପାଇଁ ଗୁରୁବାର ରାଜ୍ୟ ସରକାର ଏବଂ ବିଶ୍ବ ବ୍ୟାଙ୍କର ଆନ୍ତର୍ଜାତିକ ଅର୍ଥ ନିଗମ(IFC) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଏହି ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଓ ଆନ୍ତର୍ଜାତିକ ଅର୍ଥ ନିଗମର ସର୍ବଭାରତୀୟ ଅଧିକାରୀ ସୁଶ୍ରୀ ରୋଶିକା ସିଂହ ବୁଝାମଣା ପତ୍ରରେ ସ୍ବାକ୍ଷର କରିଛନ୍ତି ।

ଓଡିଶା ସରକାର ଓ IFC ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର

ସାର୍ବଜନୀନ ସମ୍ପତ୍ତିର ବୃତ୍ତିଗତ ଆର୍ଥିକ ପରିଚାଳନା ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧିରେ ବିଶେଷ ସହାୟକ ହେବ । ଏହା ମାଧ୍ୟମରେ ସାର୍ବଜନୀନ ସମ୍ପତ୍ତିର ଏକ ବୃହତ୍ ରାଶି ବେସରକାରୀ ପୁଞ୍ଜି ବିନିଯୋଗକୁ ବ୍ୟାପକ କରିବ । ବୁଝାମଣାପତ୍ର ଅନୁସାରେ ରାଷ୍ଟ୍ରାୟତ୍ତ ଅଚଳ ସମ୍ପତ୍ତିଗୁଡ଼ିକର ମୁଦ୍ରିକରଣ ଓ ସେଥିରେ ଘରୋଇ ପୁଞ୍ଜି ବିନିଯୋଗ ପ୍ରକ୍ରିୟାକୁ ସରଳ କରିବା ପାଇଁ ଆଇଏଫସି ବୈଷୟିକ ଓ ବୃତ୍ତିଗତ ସହାୟତା ଯୋଗାଇବ । ଏହା ରାଜ୍ୟର ଶିଳ୍ପ ଭିତ୍ତିଭୂମି ଓ ଶିଳ୍ପାନ୍ଵୟନ ବାତାବରଣ ବିକାଶରେ ବିଶେଷ ସହାୟକ ହେବ । ଏହା ମଧ୍ୟ ଖୋଲା ବଜାରରୁ ଋଣ ଉଠାଣ ଆବଶ୍ୟକତାକୁ ବହୁ ଭାବେ ହ୍ରାସ କରିବ । ଭିତ୍ତିଭୂମି ବିକାଶ ପାଇଁ ଆର୍ଥିକ ବ୍ୟବଧାନ ଦୂର କରିବ ।

ଏନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ''ଏହି ପ୍ରଚେଷ୍ଟା ଘରୋଇ ପୁଞ୍ଜି ବିନିଯୋଗ ଓ ଅଧିକ କର୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ବିଶେଷ ସହାୟକ ହେବ ।'' ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜବିହାରୀ ଧଳ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ପୁର୍ତ୍ତି ସଚିବ ବୀର ବିକ୍ରମ ଯାଦବ, ଶିଳ୍ପ ବିଭାଗ ଅତିରିକ୍ତ ସଚିବ ଶୁଭେନ୍ଦ୍ର କୁମାର ନାୟକଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details