ଭୁବନେଶ୍ବର: ଓଡିଶାରେ ଖୁବଶୀଘ୍ର ମୌସୁମୀ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ, ଲଘୁଚାପ ଆଣିବ ମୌସୁମୀ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହେଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଆସନ୍ତା ୧୦ ତାରିଖରେ ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବ । ୧୦ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ ଆର ବିଶ୍ବାସ କହିଛନ୍ତି ।