ଓଡିଶା

odisha

By

Published : Apr 22, 2022, 6:25 PM IST

ETV Bharat / city

ତାତିରୁ ମିଳିବ ତ୍ରାହି, ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରଚଣ୍ଡ ରୌଦ୍ର ତାପରୁ ତ୍ରାହି ପାଇବେ ରାଜ୍ୟବାସୀ । କାରଣ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ତାତିରୁ ମିଳିବ ତ୍ରାହି, ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ତାତିରୁ ମିଳିବ ତ୍ରାହି, ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ପ୍ରଚଣ୍ଡ ରୌଦ୍ର ତାପରୁ ତ୍ରାହି ପାଇବେ ରାଜ୍ୟବାସୀ । କାରଣ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

ତାତିରୁ ମିଳିବ ତ୍ରାହି, ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷା ସମ୍ଭାବନାକୁ ନେଇ ୧୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୬ ଜିଲ୍ଲା ହେଉଛି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଠାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଉଛି ।

ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବା ସମ୍ଭାବନା ରହିଛି । ଉପକୂଳ ଓଡିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଆଦି 9ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ସୋନପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୨.୫ଡିଗ୍ରୀ ସେଲ୍‌ସିୟସ ରେକର୍ଡ ହୋଇଛି । ରାଜ୍ୟର ଅନେକ ସ୍ଥାନରେ ଦିନରେ ତାପମାତ୍ରା ଅଧିକ ରହିବା ଫଳରେ ଗରମ ଅନୁଭୂତ ହେଉଛି । ଭୁବନେଶ୍ୱରରେ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ABOUT THE AUTHOR

...view details