ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କିଛି ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମୌସୁମୀ ଟ୍ରଫ ଦକ୍ଷିଣ ଦିଗକୁ ଗତି କରୁଥିବାରୁ ଆସନ୍ତା ୨,୩ ଦିନ ଭିତରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୨୪ ଘଣ୍ଟା ଅର୍ଥାତ ୨୩ ତାରିଖ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସମ୍ବଲପୁର, ବୌଦ୍ଧ, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ,ସୋନପୁର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
7 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି - ପ୍ରବଳ ବର୍ଷା
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କିଛି ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅଧିକ ପଢନ୍ତୁ..
![7 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 7 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି](https://etvbharatimages.akamaized.net/etvbharat/prod-images/768-512-8128998-thumbnail-3x2-hh.jpg)
7 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି
7 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ