ଭୁବନେଶ୍ବର: ଦକ୍ଷିଣ ଛତିଶଗଡ଼ ଆଖପାଖ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଦୁର୍ବଳ ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପଶ୍ଚିମ ବାୟୁ ପ୍ରବାହ କାରଣରୁ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ସୋମବାର ମଧ୍ୟରେ 5 ଟି ଜିଲ୍ଲାରେ ବର୍ଷାହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବିଜୁଳି ଘଡଘଡି ହେବା ସହ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ରହିବ । ଏନେଇ 5ଟି ଜିଲ୍ଲା ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ବିଭାଗ ପକ୍ଷରୁ ଜଗତସିଂହପୁର, କନ୍ଧମାଳ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଓ କଟକକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।