ଭୁବନେଶ୍ବର: ଉତ୍ତର ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳବତ୍ତର। ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାରେ ଏବେ ସକ୍ରିୟ ରହିଛି । ଉତ୍ତର ଉପକୂଳ ଓଡିଶା, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ଆଖପାଖରେ ଏକ ୱେଲ ମାର୍କ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ 12ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ।
ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟାରେ ସମ୍ବଲପୁର, ଝାରସୁଗୁଡା, ବରଗଡ଼, ଦେବଗଡ଼, ଅନୁଗୋଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, କଚ୍ଚା ଘର ଓ ସଡକ ପ୍ରଭାବିତ ହେବାର ସମ୍ଭାବନା ରହିଛି ।
ତେବେ ସମ୍ବଲପୁର, ଦେବଗଡ଼, ଝାରସୁଗୁଡା, ବରଗଡ଼ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କଟକ, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।