ଓଡିଶା

odisha

ETV Bharat / city

OUTR ହେବ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର - ଭିକେ ପାଣ୍ଡିଆନଙ୍କ ଓୟୁଟିଆର ଗସ୍ତ

OUTR ହେବ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର । OUTRରେ ଭିତ୍ତିଭୂମିର ବିକାଶ ସହିତ ଖୋଲିବ ନୂଆ ପାଠ୍ୟକ୍ରମ । ପ୍ରଥମ ପର୍ଯ୍ୟାୟରେ ବିନିଯୋଗ ହେବ 3 ଶହ କୋଟି ଟଙ୍କା । ଅଧିକ ପଢନ୍ତୁ

OUTR ହେବ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର
OUTR ହେବ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର

By

Published : Apr 17, 2022, 7:43 AM IST

ଭୁବନେଶ୍ବର: OUTR ହେବ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର । OUTRରେ ଭିତ୍ତିଭୂମିର ବିକାଶ ସହିତ ଖୋଲିବ ନୂଆ ପାଠ୍ୟକ୍ରମ । ପ୍ରଥମ ପର୍ଯ୍ୟାୟରେ ବିନିଯୋଗ ହେବ 3 ଶହ କୋଟି ଟଙ୍କା । 3 ବର୍ଷ ମଧ୍ୟରେ ଜାତୀୟ ସ୍ତରର ଅଗ୍ରଣୀ ଅନୁଷ୍ଠାନରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯିବ । ଏ ନେଇ ଆଜି ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5-ଟି ସଚିବ । Odisha university of technology and research ପରିଦର୍ଶନ କରି ଆଲୋଚନା କରିଛନ୍ତି 5ଟି ସଚିବ ।

Odisha university of technology and researchକୁ engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ଗଢ଼ି ତୋଳାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଆଜି 5-ଟି ସଚିବ ଭି.କେ. ପାଣ୍ଡିଆନ ଘାଟିକିଆରେ ଥିବା Odisha University of Technology & Research ପରିଦର୍ଶନ କରିଛନ୍ତି । ସେଠାରେ ଭିତ୍ତିଭୂମିର ବିକାଶ ପାଇଁ ସେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପୂର୍ବରୁ କଲେଜ ଅଫ ଇଂଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (CET) ଭାବରେ ପରିଚିତ ଥିବାବେଳେ ଏବେ ଏହା OUTR ବା ଓଡିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟରେ ରୂପାନ୍ତରିତ ହୋଇଛି । ୨୦୨୧ ଜୁଲାଇ ୧୭ ତାରିଖରେ ଏହି ପରିବର୍ତ୍ତନ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିଲା ।

କଲେଜରୁ ବିଶ୍ବବିଦ୍ୟାଳୟ ହେବାପରେ ଏହାର ଭିତ୍ତିଭୂମିର ବିକାଶକୁ ଦୃଷ୍ଟିରେ ରଖି 5T ସଚିବ ଭି କେ ପାଣ୍ଡିଆନ ଓ ବୈଷୟିକ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଶନିବାର OUTR ଗସ୍ତ କରିଛନ୍ତି । ପରିସ୍ଥିତିର ଅନୁଧ୍ୟାନ କରି ଭିତ୍ତିଭୂମିର ବିକାଶ ସମ୍ପର୍କରେ ସେ ଆଲୋଚନା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୩୦୦ କୋଟି ବିନିଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଅଧିକ 4ଟି ବିଭାଗ ଖୋଲିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି । 2 ରୁ 3 ବର୍ଷ ମଧ୍ୟରେ ବିକାଶ କାର୍ଯ୍ୟ ଓ ଭିତ୍ତିଭୂମି ସ୍ଥାପନ କରି ଜାତୀୟସ୍ତରରେ କିଭଳି ଏହାକୁ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ କରାଯିବ ସେଥିପ୍ରତି ଗୁରୁତ୍ବ ଦିଆଯିବ ।

ବିଶ୍ବବିଦ୍ୟାଳୟରେ ମୋଟ 26ଟି ବିଭାଗ ଥିବା ବେଳେ 4 ହଜାରରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ଏହାକୁ ଦେଶର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ବିଶ୍ବବିଦ୍ୟାଳୟର ପ୍ରସ୍ତାବିତ ମାଷ୍ଟର ପ୍ଲାନ ଦେଖିଛନ୍ତି 5ଟି ସଚିବ । ଏହା ସହ ଭିତ୍ତିଭୂମି, କର୍ମଚାରୀ ଓ ଅଧ୍ୟାପକଙ୍କ ଆବଶ୍ୟକତା ସମେତ ଛାତ୍ରଛାତ୍ରୀଙ୍କ ପାଇଁ ଆବଶ୍ୟକ ସୁବିଧା ସମ୍ପର୍କରେ 5ଟି ସଚିବ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷ ଓ ବିଭାଗୀୟ ସଚିବଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।

OUTRକୁ ଗସ୍ତ ସମୟରେ 5T ସଚିବ ବିଶ୍ବବିଦ୍ୟାଳୟର ବିଭିନ୍ନ ଲାବୋରେଟୋରୀ ଓ ସ୍ମାର୍ଟକ୍ଲାସ ବୁଲି ଦେଖିଛନ୍ତି ।ଏହାସହିତ ବିଶ୍ବବିଦ୍ୟାଳୟର ବିଭିନ୍ନ ବିଭାଗର ଛାତ୍ରଛାତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି । ସେମାନଙ୍କ ଠାରୁ ଫିଡ଼ବ୍ୟାକ ମଧ୍ୟ ନେଇଛନ୍ତି । 5T ସଚିବଙ୍କ ସହ ସିଧାସଳଖ ଆଲୋଚନା କରିବା ସହ ନିଜ ଶିକ୍ଷାନୁଷ୍ଠାନର ଉନ୍ନତି ବିଷୟରେ ଜାଣି ଛାତ୍ରଛାତ୍ରୀମାନେ ଖୁସି ବ୍ୟକ୍ତ କରିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା engineering ପଢ଼ୁଥିଆ ଛାତ୍ରଛାତ୍ରୀ ବିଶେଷ ଭାବରେ ଉପକୃତ ହେବେ । କୋଭିଡ ଯୋଗୁଁ ଦେଶରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ଏହି ସମୟରେ ରାଜ୍ୟରେ ପ୍ରଥମେ ସ୍କୁଲ ଓ ପରେ କଲେଜର ରୂପାନ୍ତରିକରଣ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏହି କ୍ରମରେ ଏବେ ବିଶ୍ବବିଦ୍ୟାଳୟ ଗୁଡିକର ରୂପାନ୍ତର ପାଇଁ ପଦକ୍ଷେପ ଆରମ୍ଭ ହୋଇଛି ।

ଭୁବନେଶ୍ବରରୁ ଭବାନୀଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details