ଭୁବନେଶ୍ବର: ରାଜ୍ୟର ଜଣାଶୁଣା ସମାଜସେବୀ ତଥା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇପଡିଛନ୍ତି । ଛାତିରେ ଯନ୍ତ୍ରଣା ସହିତ ନିଶ୍ବାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି(ମଙ୍ଗଳବାର) କେନ୍ଦୁଝରର ବଡବିଲରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ତୁଳସୀ ମୁଣ୍ଡା । ସେଠାରୁ ଫେରିବା ସମୟରେ ତୁଳସୀ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ।
ନିଶ୍ବାସ ପ୍ରଶ୍ବାସ ନେବାରେ ତାଙ୍କର ସମସ୍ୟା ଦେଖା ଦେଇଥିଲା । ତୁରନ୍ତ ତାଙ୍କୁ ଯୋଡାରେ ଥିବା ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ଅଧିକ ଚିକିତ୍ସା ଲାଗି ତାଙ୍କୁ ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି ।
ସୁସ୍ଥତା କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ସୁସ୍ଥତା କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମୁଁ ଚିନ୍ତିତ ବୋଲି କହିଛନ୍ତି । ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥତାକୁ ନେଇ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କର ସୁସ୍ଥତା କାମନା କରି ଟ୍ବୀଟ କରିଛନ୍ତି । ସେପଟେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମଧ୍ୟ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ