ଭୁବନେଶ୍ବର:ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ସର୍ବଦଳୀୟ ବୈଠକ । ବୈଠକରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସହିତ ଅନ୍ୟ ଦଳର ପ୍ରତିନିଧି ଯୋଗ ଦେଇଥିଲେ । ମୁଖ୍ୟତଃ ନିର୍ଭୁଲ ସଂଶୋଧିତ ଭୋଟର ତାଲିକା ପ୍ରସ୍ତୁତି, ନିର୍ବାଚନୀ ଖର୍ଚ୍ଚ ଓ ଭୋଟ ଗ୍ରହଣ ଅବଧି ଉପରେ ବୈଠକରେ ଆଲୋଚନା ହୋଇଛି ।
୨୦୧୭ ମସିହାରେ ସରପଞ୍ଚ ଓ ସମିତ ସଭ୍ୟଙ୍କ ପାଇଁ ଖର୍ଚ୍ଚ ସୀମା ୮୦ ହଜାର ଥିବା ବେଳେ, ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ୨ ଲକ୍ଷ ପର୍ଯ୍ୟନ୍ତ ଖର୍ଚ୍ଚ ସୀମା ଥିଲା । ଏଥର ମଧ୍ୟ ଏହି ଖର୍ଚ୍ଚ ସୀମା ବୃଦ୍ଧି ହୋଇନଥିବାରୁ ରାଜନୈତିକ ଦଳମାନେ ଏହାକୁ ବଢାଇବାକୁ ଦାବି କରିଛନ୍ତି । ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଦେଢ ଲକ୍ଷ ଓ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ସୀମା ବଢାଯାଉ ବୋଲି ରାଜନୈତିକ ଦଳମାନେ ନିର୍ବାଚନ କମିଶନଙ୍କ ନିକଟରେ ଦାବି ରଖିଛନ୍ତି ।