ଭୁବନେଶ୍ବର: ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । ୮ ତାରିଖ ଅପରାହ୍ନ ୪ଟା ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ । www.odisharesults.nic.inରେ ଉପଲବ୍ଧ ହେବ ରେଜଲ୍ଟ । ଏନେଇ ଆଜି(ଶନିବାର) ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୮ରେ ବାହାରିବ ଯୁକ୍ତ ଦୁଇ କଳା ରେଜଲ୍ଟ - ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ
ଆସନ୍ତା ୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଅଧିକ ପଢନ୍ତୁ

ଆସନ୍ତା ୮ରେ ବାହାରିବ ଯୁକ୍ତ ଦୁଇ କଳା ରେଜଲ୍ଟ
ସୂଚନା ଅନୁଯାୟୀ, ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି । ଆସନ୍ତା 8 ତାରିଖରେ କଳା ଓ ଧନ୍ଦାମୂଳକ ଫଳ ବାହାରିବ । କଳା ବିଭାଗରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଏବଂ ୫ହଜାର ୮୬୩ ଜଣ ଧନ୍ଦାମୂଳକ ବିଭାଗର ଛାତ୍ରଛାତ୍ରୀ ରହିଛନ୍ତି । ଏହି ପରୀକ୍ଷା ପାଇଁ ୧,୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରୀକ୍ଷା ପରିଚାଳନା ହବ୍ (ନୋଡାଲ୍ ସେଣ୍ଟର) କରାଯାଇଥିଲା ।
ଇଟିଭି ଭାରତ, ଭୁବନେଶ୍ବର