ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ପାଠ୍ୟକ୍ରମର ପରୀକ୍ଷା ଫଳ ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE)।
ଜୁଲାଇ ୩୧ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ - ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
18:43 July 28
ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ପାଠ୍ୟକ୍ରମର ପରୀକ୍ଷା ଫଳ ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE)।
ଆସନ୍ତା ୩୧ ତାରିଖରେ କୋରୋନା କଟକଣାକୁ ଦୃଷ୍ଟିରେ ସନ୍ଧ୍ୟାରେ ପ୍ରକାଶ କରାଯିବ ଫଳ। କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ପରୀକ୍ଷା ଫଳ ପ୍ରକାଶନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।
ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥିପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ପକ୍ଷରୁ ସମୟ ଯାଚିକା ଦାଖଲ କରାଯାଇଥିବା ସୂଚନା ରହିଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍ଶୀଘ୍ର ପ୍ରକାଶନ ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ