ଭୁବନେଶ୍ବର:ଆଜି ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଅଗଷ୍ଟ ୮ ତାରିଖରେ ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଘୋଷଣା ହେବ । ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
ଏହାପୂର୍ବରୁ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବିଜ୍ଞାନରେ ପାସ୍ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍ ହାର ୮୯ ପ୍ରତିଶତ ରହିଛି । ୫ଟି ୱେବ୍ସାଇଟ୍ରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।