ଓଡିଶା

odisha

ETV Bharat / city

+2 Board Exam: ଏପ୍ରିଲ ୨୮ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା, ୨ଟି ପଦ୍ଧତିରେ ହେବ ମୂଲ୍ୟାୟନ - ଦ୍ୱାଦଶ ବୋର୍ଡ ପରୀକ୍ଷା

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଏପ୍ରିଲ ୨୮ରୁ ଦ୍ବାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଅଧିକ ପଢନ୍ତୁ

ଏପ୍ରିଲ ୨୮ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା
ଏପ୍ରିଲ ୨୮ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା

By

Published : Mar 17, 2022, 1:13 PM IST

Updated : Mar 17, 2022, 1:24 PM IST

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଏପ୍ରିଲ ୨୮ରୁ ଅଫଲାଇନରେ ଦ୍ବାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାରେ ହେବ ପରୀକ୍ଷା । ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂରେ ପରୀକ୍ଷା କରାଯିବ।

କୋରୋନା ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥା କୋହଳ କରାଯାଇଛି । ଦୁଇଟି ପଦ୍ଧତିରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ କରାଯିବ । ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ ଦିଆଯିବ । ନଚେତ ବାର୍ଷିକ ପରୀକ୍ଷାର ୮୦% ଓ କ୍ବାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କିଂ ହେବ। ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ । ବାର୍ଷିକ ପରୀକ୍ଷାରେ ୮୦% ଓ କ୍ବାର୍ଟର ଏଣ୍ଡରରେ ୨୦% ଅନୁସାରେ ମାର୍କ ଦିଆଯିବ । ନିଜ ଶିକ୍ଷକଙ୍କ ଦ୍ବାରା ସମସ୍ତ ପ୍ରାଟିକାଲ ପରୀକ୍ଷା କରାଯିବ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ,ଇଟିଭି ଭାରତ

Last Updated : Mar 17, 2022, 1:24 PM IST

ABOUT THE AUTHOR

...view details