ଭୁବନେଶ୍ବର:ବିଡ଼ିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ ହୋଇଛନ୍ତି । ସୁବାସଙ୍କ ଗିରଫଦାରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାହାର ଜବାବ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଆଇନ ଆଗରେ ସମସ୍ତେ ସମାନ ବୋଲି ସେ କହିଛନ୍ତି।
ଏହା ବି ପଢନ୍ତୁ- ବିରୋଧୀ ନେତାଙ୍କ ସ୍ବର ଚାପିବାକୁ ଆଇନର ଅପବ୍ୟବହାର କରୁଛନ୍ତି ସରକାର: ଧର୍ମେନ୍ଦ୍ର ପ୍ରଧାନ
ପ୍ରଣବ କହିଛନ୍ତି ଯେ, ଦେବଗଡ଼ ବିଧାୟକ ଜଣେ କର୍ତ୍ତବ୍ୟରତ ସରକାରୀ ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି । ନିକଟ ଅତୀତରେ କେନ୍ଦ୍ରମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁ ମଧ୍ୟ ସରକାରୀ କର୍ମଚାରୀଙ୍କୁ ନିଜ ଅଫିସକୁ ଡାକି ମରଣାନ୍ତକ ଆକ୍ରମଣ କରିଥିଲେ । କେହି ଭୁଲିଯିବା ଉଚିତ ନୁହେଁ ଯେ ଓଡ଼ିଶାରେ ଆଇନର ଶାସନ ଚାଲିଛି । ବିଗତ 3 ବର୍ଷ ମଧ୍ୟରେ ଆଇନକୁ ହାତକୁ ନେଇଥିବା ବିଜେଡିର 3 ବିଧାୟକଙ୍କ ବିରୋଧରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି । ଏବେ ସମାନ କାରଣରୁ ଦେବଗଡ଼ ବିଧାୟକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।