ଭୁବନେଶ୍ବର:ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀରେ ବିଶ୍ୱ ବୈଷ୍ଣବ ସାଧୁ ସମ୍ମିଳନୀରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
ଏହାପରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସହ ଭୁବନେଶ୍ୱର ବିମାନ ବନ୍ଦର ଫେରିଲେ ରାଷ୍ଟ୍ରପତି । ଏଠାରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।