ଓଡିଶା

odisha

ETV Bharat / city

ଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ରାଇସିନା ରେସ୍‌ ପାଇଁ ବାହାରିଲେ ଦ୍ରୌପଦୀ ମୁର୍ମୁ । ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି NDA ରାଷ୍ଟ୍ରପତି ପ୍ରାର୍ଥୀ । ଅଧିକ ପଢନ୍ତୁ

By

Published : Jun 23, 2022, 7:52 AM IST

Updated : Jun 23, 2022, 1:42 PM IST

ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ଦିଲ୍ଲୀ ଗସ୍ତ କରିଛନ୍ତି NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ଭୁବନେଶ୍ବର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦ୍ରୌପଦୀ ମୁର୍ମୁ ଏମସିଏଲ ଗେଷ୍ଟ ହାଉସରୁ କଡା ସୁରକ୍ଷାରେ ପହଞ୍ଚିଥିଲେ । ବିଜେପିର ନେତୃବୃନ୍ଦ ଓ କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ବିମାନ ବନ୍ଦରରେ ଅପେକ୍ଷା କରିଥିଲେ । ସେଠାରେ ତାଙ୍କୁ ସ୍ବାଗତ ପାଇଁ ଭବ୍ୟ ଆୟୋଜନ କରାଯାଇଥିଲା । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମୁର୍ମୁଙ୍କ ନାମ ଘୋଷଣା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ Z+ ସୁରକ୍ଷା ଯୋଗାଇ ଦିଆଯାଇଛି । ସିଆରପିଏଫର 10 ଟିମ୍ ଏହି ସୁରକ୍ଷା ବ୍ୟବସ୍ଥାରେ ସାମିଲ ରହିଛନ୍ତି ।

ଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି(ଜୁନ 24) ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବାର ସମ୍ଭାବନା ରହିଛି । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହିପାରନ୍ତି । ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ସେ ଓଡିଶା ଭବନରେ ଅବସ୍ଥାନ କରିବେ ବୋଲି ସୂଚନା ମିଳିଛି ।

Last Updated : Jun 23, 2022, 1:42 PM IST

ABOUT THE AUTHOR

...view details