ଭୁବନେଶ୍ବର:ବାତ୍ୟା ୟସ୍ସମୀକ୍ଷା ବୈଠକ ପରେ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ପ୍ରଥମେ ମୁଖ୍ୟମନ୍ତ୍ରୀ, ଦୁଇ କେନ୍ଦ୍ରମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିବା ପରେ ଆକାଶ ମାର୍ଗରୁ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ବାତ୍ୟା ସମୀକ୍ଷା କରି ଫେରିଛନ୍ତି ।
ଶୁକ୍ରବାର ରାଜଧାନୀ ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।
ଏହାପରେ ବାତ୍ୟା ୟସ୍ ନେଇ କରିଥିଲେ ଏକ ସମୀକ୍ଷା ବୈଠକ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ-ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସଆରସି ପ୍ରଦୀପ ଜେନା ଏବଂ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।