ଭୁବନେଶ୍ବର: ବାତ୍ୟାର ୟସର ମୁକାବିଲା ନେଇ ଓଡିଶାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ହୋଇଥିବା ବୈଠକ ସଫଳ ହୋଇଛି। ବାତ୍ୟା ୟସର କ୍ଷୟକ୍ଷତି ଆକଳନ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ଓଡିଶା ଓ ପଶ୍ଚିମବଙ୍ଗ ଗସ୍ତରେ ଆସିଥିଲେ । ପ୍ରଥମେ ଓଡିଶାର ଭୁବନେଶ୍ବରରେ ପହଞ୍ଚି ସମୀକ୍ଷା ବୈଠକ କରିଥିଲେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭୁବନେଶ୍ବର ବିମାନ ବନ୍ଦରରେ ହୋଇଥିବା ବୈଠକ ସଫଳ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ୟସ ମୁକାବିଲା: ଓଡିଶାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ହୋଇଥିବା ବୈଠକ ସଫଳ । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭୁବନେଶ୍ୱର ବିମାନ ବନ୍ଦରରେ ହୋଇଥିବା ବୈଠକ ସଫଳ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ...
ବାତ୍ୟା ମୁକାବିଲା ଲାଗି ଭିତ୍ତିଭୂମିକୁ ସୁଦୃଢ଼ କରିବା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ ଜାରି ରଖିବେ । ଏ ଦିଗରେ ଓଡ଼ିଶା ସରକାର ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ଶୁକ୍ରବାର ବୈଠକ ପରେ ଦିଲ୍ଲୀ ଫେରି ଓଡ଼ିଶା ସମେତ ଅନ୍ୟ ରାଜ୍ୟ ପାଇଁ ସହାୟତା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଟ୍ବିଟ କରି ଧନ୍ୟବାଦ ଜଣାଇଥିଲେ । ଯାହାକୁ ରିଟ୍ବିଟ କରି ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ । ଭୁବନେଶ୍ବର ବିମାନ ବନ୍ଦରରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଯୋଗ ଦେଇଥିଲେ । ଏହା ସହ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ