ଓଡିଶା

odisha

ETV Bharat / city

ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ - process of opening schools in the state has begun

ସ୍କୁଲ ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର  । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତି କରାଯାଇଛି ।

ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ
ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ

By

Published : Oct 9, 2020, 8:33 PM IST

ଭୁବନେଶ୍ବର: ଦୀର୍ଘ 6 ମାସରୁ ଉର୍ଦ୍ଧ୍ବ ଧରି ବନ୍ଦ ଥିବା ସ୍କୁଲ ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର । କୋରୋନା ମହାମାରୀ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାବେଳେ ଆସନ୍ତା ଅକ୍ଟୋବର 15 ରୁ ସ୍କୁଲ, କଲେଜ ଖୋଲିବା ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତି ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତି କରାଯାଇଛି ।

ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ

ଏନେଇ ରାଜ୍ୟ ସରକାର କୋଭିଡ଼-19 ଅଭିଯାନରେ ସମସ୍ତ ଶିକ୍ଷକଙ୍କୁ ସାମିଲ କରାଯିବ । ଏଣୁ ରାଜ୍ୟ ସରକାରଙ୍କ ଦ୍ବାରା ଅନୁମୋଦିତ ଆଇଇସି ସାମଗ୍ରୀ ଗୁଡିକ ଛାତ୍ରଛାତ୍ରୀ ଏବଂ ଗୋଷ୍ଠୀଙ୍କ ନିକଟରେ ପହଞ୍ଚାଇବା ଦିଗରେ ଶିକ୍ଷକମାନେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବେ |

ସ୍କୁଲ ଗୁଡିକ 6 ମାସ ଧରି ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତିଭୂମି ସଜାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଶିକ୍ଷକ ହେଡ଼ କ୍ବାର୍ଟର ଛାଡି ନଯିବାକୁ କୁହାଯାଇଛି । ଏଭଳି ନିର୍ଦ୍ଦେଶାବଳୀକୁ ନେଇ ଖୁବଶୀଘ୍ର ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଅନୁମାନ କରାଯାଇଉଛି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ABOUT THE AUTHOR

...view details