ଭୁବନେଶ୍ବର: ଶ୍ରୀକ୍ଷେତ୍ର ସେବାୟତ ମାନଙ୍କ ଏକ ପ୍ରତିନିଧି ଦଳ ଆଜି(ମଙ୍ଗଳବାର) ସଂନ୍ଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଜଗନ୍ନାଥ ମନ୍ଦିର ପାଇଁ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷଙ୍କ ଉପନିୟମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁଁ କେନ୍ଦ୍ର ସରକାର ବାତିଲ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଶ୍ରୀମନ୍ଦିର ସେବାୟତ
ଜଗନ୍ନାଥ ମନ୍ଦିର ପାଇଁ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷଙ୍କ ଉପନିୟମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁଁ କେନ୍ଦ୍ର ସରକାର ବାତିଲ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଶ୍ରୀମନ୍ଦିର ସେବାୟତ
ମହାପ୍ରଭୁଙ୍କ ଆଶୀର୍ବାଦରୁ ହିଁ ସବୁ କିଛି ସମ୍ଭବ ହେଲା ବୋଲି ମତ ଦେଇ ଶ୍ରୀମନ୍ଦିର ବିକାଶ କାମ ଆହୁରି ତ୍ବରାନ୍ବିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଶ୍ରୀମନ୍ଦିର ବିକାଶ ପାଇଁ ପୁରୀବାସୀଙ୍କ ତ୍ୟାଗ କେବେ ବ୍ୟର୍ଥ ହେବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ଏବଂ ଏ ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ