ଭୁବନେଶ୍ବର:ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ବରରୁ ତିରୁପତିକୁ ଗଡିବ ସ୍ବତନ୍ତ୍ର ଟ୍ରେନ । ପୂଜା ଛୁଟି ସମୟରେ ତିରୁପତି ପରିଦର୍ଶନ କରିବା ପାଇଁ ଏହା ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ୍, ବିଜୟନଗରମ ଯାତ୍ରୀମାନଙ୍କୁ ସୁବିଧା ଯୋଗାଇବ । ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ନିୟମିତ ଟ୍ରେନରେ ଅତିରିକ୍ତ ଯାତ୍ରୀ ଭିଡ ଦୂର କରିବା ପାଇଁ ପୂର୍ବତଟ ରେଳପଥ(East Coast Railway) ପରିସୀମା ମଧ୍ୟରୁ ତିରୁପତି ଅଭିମୁଖେ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି । ବ୍ରହ୍ମପୁର, ପାଲାସା, ଶ୍ରୀକାକୁଲମ୍ ଏବଂ ବିଜୟନଗରମ ଯାତ୍ରୀମାନେ ଏଥିରେ ଉପକୃତ ହେବେ ।
02809/02810 ଭୁବନେଶ୍ବର-ତିରୁପତି-ଭୁବନେଶ୍ବର ସାପ୍ତାହିକ ସୁପରଫାଷ୍ଟ ସ୍ପେଶାଲ ଏକ୍ସପ୍ରେସ(Bhubaneswar-Tirupati-Bhubaneswar weekly super fast special express) ଭୁବନେଶ୍ବରଠାରୁ 1 ଅକ୍ଟୋବରରୁ 29 ଅକ୍ଟୋବର 2022 ମଧ୍ୟରେ ପ୍ରତ୍ୟେକ ଶନିବାର ଅପରାହ୍ନ 1ଟା 30 ମିନିଟରେ ଛାଡି ତିରୁପତି ଯାତ୍ରା କରିବାକୁ ଥିବାବେଳେ ଫେରିବା ମାର୍ଗରେ ଏହା ତିରୁପତିରୁ 2 ରୁ 30 ଅକ୍ଟୋବର 2022 ମଧ୍ୟରେ ପ୍ରତ୍ୟକ ରବିବାର ରାତ୍ରି 8 ଘଟିକାରେ ଛାଡି ଭୁବନେଶ୍ବର ଅଭିମୁଖେ ଯାତ୍ରା କରିବ ।