ଓଡିଶା

odisha

ETV Bharat / city

ରାଜ୍ୟର 12ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - 12 district yellow warning

ଆସନ୍ତା 2-୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

weather upadate
ରାଜ୍ୟର 12ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

By

Published : Mar 29, 2020, 6:13 PM IST

ଭୁବନେଶ୍ବର: ସାରା ରାଜ୍ୟରେ ଘଡଘଡି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ନିଙ୍ଗ ଜାରି । ଉତ୍ତର କେରଳ ଓ ଦକ୍ଷିଣ ଛତିଶଗଡ଼ ମଧ୍ୟରେ ଏକ ଟ୍ରଫ ଲାଇନ ରହିଛି । ଏହାର ପ୍ରଭାବରେ ଆସନ୍ତା 2-୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟର 12ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି , ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ୩୧ ତାରିଖରେ ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ସମେତ ବୌଦ୍ଧ, କନ୍ଧମାଳ, ରାୟଗଡା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ସହ ଘଡଘଡି ବର୍ଷା ହେବ। ଆସନ୍ତା ଏପ୍ରିଲ 1 ରେ ରାୟଗଡା, କନ୍ଧମାଳ, କେନ୍ଦୁଝର, ଗଜପତି, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି , ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଗତ ୨୪ ଘଣ୍ଟାରେ ନୂଆପଡା ଜିଲ୍ଲାର କୋମନା ଠାରେ ସର୍ବାଧିକ ୩୩.୩ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବନିମ୍ନ ୧୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details