ଓଡିଶା

odisha

ETV Bharat / city

ଆସନ୍ତା 24 ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା - ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୪ଟି ଜିଲ୍ଲାରେ ୟେଲୋ ୱାର୍ନିଙ୍ଗ ଜାରି । ଅଧିକ ପଢନ୍ତୁ...

ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା
ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା

By

Published : Mar 6, 2020, 9:17 PM IST

ଭୁବନେଶ୍ବର: ବିଦର୍ଭଠାରୁ ରୟଲସୀମା ପର୍ଯ୍ୟନ୍ତ ଏକ ଟ୍ରାଫ ଲାଇନ ଯୋଗୁଁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା

ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବର୍ଷା ହେବ । ସ୍ଥାନେ ସ୍ଥାନେ ୩୦ ରୁ ୪୦ କିମି ବେଗରେ ପବନ ବହିବ । ସୁନ୍ଦରଗଡ, କେନ୍ଦୁଝର ,ସମ୍ବଲପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ୪ଟି ଜିଲ୍ଲାରେ ୟେଲୋ ୱାର୍ନିଂ ଜାରି କରାଯାଇଛି ।

ସେହିପରି ଆସନ୍ତା ୮ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡା ଜିଲ୍ଲାରେ ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ବଲାଙ୍ଗୀର ଜିଲ୍ଲାରେ କୁଆପଥର ବର୍ଷା ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଟିକାବାଲିରେ ସର୍ବାଧିକ ୫୫.୦ମିମି ବର୍ଷା ରେକର୍ଡ କରାଯାଇଛି । ଅନ୍ୟପକ୍ଷେ ମାଲକାନଗିରିରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ୯ ତାରିଖରୁ ରାଜ୍ୟରେ ପାଗ ବଦଳିବ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details