ଓଡିଶା

odisha

ETV Bharat / city

ଲଘୁଚାପ ପ୍ରଭାବରେ ବର୍ଷା ଆରମ୍ଭ, 13 ଜିଲ୍ଲା ପାଇଁ ସତର୍କତା ଜାରି - rain start in odisha various district

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Oct 23, 2019, 9:59 AM IST

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଯାଇଛି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ନବରଙ୍ଗପୁର, ବରଗଡ଼, ସୁନ୍ଦରଗଡ, ମୟୁରଭଞ୍ଜ, ବଲାଙ୍ଗୀର, ସମ୍ବଲପୁର, ଭଦ୍ରକ, ପୁରୀ, ଯାଜପୁର, ଝାରସୁଗୁଡା, କେନ୍ଦୁଝର, ଗଞ୍ଜାମ ଏବଂ ଗଜପତି ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଏପଟେ ଭୁବନେଶ୍ବରରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆକାଶ ମେଘାଚ୍ଛନ ରହିଛି ।


ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details