ଭୁବନେଶ୍ବର:ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଶୁକ୍ରବାର ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ସକ୍ରିୟ ଲଘୁଚାପ ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଙ୍ଗଲାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ । ଫଳରେ ରାଜ୍ୟରେ ଆଜି(ଗୁରୁବାର) ସନ୍ଧ୍ୟାରୁ ବର୍ଷା ଆରମ୍ଭ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବ ୧୯ ଓ ୨୦ ତାରିଖରେ ସର୍ବାଧିକ ରହିବ । ଶୁକ୍ରବାର କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ବାଲେଶ୍ଵର ଓ ଭଦ୍ରକରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହାସହ ଝାରସୁଗୁଡା, ବରଗଡ଼, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଛି ।