ଓଡିଶା

odisha

ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇଛି । ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୨ କିମି ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ରହିଛି । ଅଧିକ ପଢନ୍ତୁ...

By

Published : Oct 23, 2020, 12:44 PM IST

Published : Oct 23, 2020, 12:44 PM IST

ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା
ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଲଘୁଚାପ ଗୁରୁବାର ଘୂର୍ଣ୍ଣିଭୂତ ହୋଇ ଅବପାତର ରୂପ ନେଇସାରିଛି । ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୨ କିମି ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ରହିଛି ।

ଅବପାତ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା

ଏହି ଅବପାତ ବର୍ତ୍ତମାନ ପାରାଦ୍ୱୀପ ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୨୦୦ କିମି ଦୂରରେ ତଥା ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ଠାରୁ ଦକ୍ଷିଣପୂର୍ବ ଦିଗରେ ୬୦ କିମି ଦୂରରେ ରହିଛି । ସେହିପରି ବାଂଲାଦେଶର ଖେପୁପାରା ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ 210 କିମି ଦୂରରେ ସକ୍ରିୟ ରହିଛି । ଏହି ଅବପାତ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ଆଜି ଅର୍ଥାତ୍ ଅକ୍ଟୋବର 23 ମଧ୍ୟାହ୍ନରେ ସାଗର-ଦ୍ଵୀପପୁଞ୍ଜ ଏବଂ ବାଂଲାଦେଶର ଖେପୁପାରା ଠାରେ ସୁନ୍ଦରବଣ ଅଞ୍ଚଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଉତ୍ତର-ଓଡିଶା ଉପକୂଳ ଜିଲ୍ଲାଗୁଡିକ ଯଥା ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରପଡା, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଭୁବନେଶ୍ୱର ଓ କଟକ ଟ୍ବିନସିଟିରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବା ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details