ଓଡିଶା

odisha

ETV Bharat / city

୭ ରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ୮ ରୁ ରାଜ୍ୟରେ ବର୍ଷା - ୮ ରୁ ରାଜ୍ୟରେ ବର୍ଷା

ସେପ୍ଟେମ୍ବର ୭ ରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟିହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ପ୍ରଭାବରେ ଏହାର ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ରାଜ୍ୟରେ ୮ ରୁ ବର୍ଷାର ପରିମାଣ ବଢିବ । ସେପ୍ଟେମ୍ବର ୯ ରୁ ୧୫ ଭିତରେ ଦ୍ଵିତୀୟ ଘୁର୍ଣ୍ଣିବଳୟ ସୃଷ୍ଟି ହେବ । ଅଧିକ ପଢ଼ନ୍ତୁ

୭ ରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ୮ ରୁ ରାଜ୍ୟରେ ବର୍ଷା
୭ ରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ୮ ରୁ ରାଜ୍ୟରେ ବର୍ଷା

By

Published : Sep 5, 2022, 5:34 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ୭ ସେପ୍ଟେମ୍ବର (ବୁଧବାର) ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟିହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ପ୍ରଭାବରେ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ରାଜ୍ୟରେ ୮ରୁ ବର୍ଷାର ପରିମାଣ ବଢିବ । ଦ୍ଵିତୀୟ ଘୁର୍ଣ୍ଣିବଳୟ ସେପ୍ଟେମ୍ବର ୯ ରୁ ୧୫ ଭିତରେ ସୃଷ୍ଟି ହେବ ।

୭ ରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ୮ ରୁ ରାଜ୍ୟରେ ବର୍ଷା

ଚଳିତ ସେପ୍ଟେମ୍ବର ୭ ତାରିଖ (ବୁଧବାର) ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି । ୯ ତାରିଖରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଉପକୂଳ ସମେତ ଆଭ୍ୟନ୍ତରୀଣ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଏହାପରେ ପୁଣି ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ । ସେପ୍ଟେମ୍ବର ୯ରୁ ୧୫ ଭିତରେ ଦ୍ଵିତୀୟ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗତ ଜୁନ ୧ ରୁ ସେପ୍ଟେମ୍ବର ୫ ମଧ୍ୟରେ ୬ ଜିଲ୍ଲାରେ ସ୍ବଭାବିକ ଠାରୁ ଅଧିକ ବର୍ଷା ହୋଇଛି । ସେହିଭଳି ୨୪ ଜିଲ୍ଲାରେ ସ୍ବଭାବିକ ପରିମାଣର ବର୍ଷା ହୋଇଥିବା ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏନେଇ ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, "ଆମ ଆକଳନ ଅନୁସାରେ ଆସନ୍ତା ୭ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବ । ପ୍ରଭାବରେ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅଧିକା ରହିବ ।"

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details