ଭୁବନେଶ୍ବର: ଗତକାଲି(ଶୁକ୍ରବାର) ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଜି(ଶନିବାର) ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ତଥା ପାର୍ଶ୍ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ହୋଇଛି ଲଘୁଚାପ ।
ଦାନା ବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ବର୍ଷା, ମତ୍ସଜୀବୀଙ୍କୁ ମନା ସମୁଦ୍ର - ପାଣିପାଗ ଖବର
ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଅଧିକ ପଢନ୍ତୁ...
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି
ଏହା ପ୍ରଭାବରେ ଆଜି ଠାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରିଛି । ତେବେ ଘୂର୍ଣ୍ଣିବଳୟ ବାୟୂମଣ୍ଡଳର ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିବା ଜଣାପଡିଛି ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ