ଭୁବନେଶ୍ବର: ଭୁବନେଶ୍ବର ରାଜଧାନୀ ସ୍ବତନ୍ତ୍ର ଟ୍ରେନ ସପ୍ତାହକୁ ଚାରିଦିନ ଚଳାଚଳ କରିବ । ଜୁନ୍ ମାସ ଶେଷ ପର୍ଯ୍ୟନ୍ତ ଭୁବନେଶ୍ବର-ନୂଆଦିଲ୍ଲୀ-ଭୁବନେଶ୍ବର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଅଛି ।
କୋଭିଡ଼-୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ପାଇଁ ଏହି ଟ୍ରେନକୁ ପୂର୍ବରୁ ସପ୍ତାହରେ ଦୁଇଥର ଚଲାଇବାକୁ ନିଷ୍ପତ୍ତି ନିଆଯାଇଥିଲା ।
ଏହାକୁ ଏବେ ପରିବର୍ତ୍ତନ କରାଯାଇଅଛି । 02823 ଭୁବନେଶ୍ବର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ବରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନ ମାନଙ୍କରେ ବାତିଲ ରହିବ ।
02824 ନୂଆଦିଲ୍ଲୀ-ଭୁବନେଶ୍ବର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନ ମାନଙ୍କରେ ବାତିଲ ରହିବ ।
02825/02826 ଭୁବନେଶ୍ବର-ନୂଆଦିଲ୍ଲୀ-ଭୁବନେଶ୍ବର ରାଜଧାନୀ ବିଶେଷ ଟ୍ରେନ ଭାୟା ଆନ୍ଧ୍ରା ଭୁବନେଶ୍ବରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ ।
02855/02856 ଭୁବନେଶ୍ବର-ନୂଆଦିଲ୍ଲୀ-ଭୁବନେଶ୍ବର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ବରରୁ 26 ଜୁନ୍ (ଶନିବାର) ଏବଂ ନୂଆଦିଲ୍ଲୀରୁ 27 ଜୁନ୍ ଦିନ ବାତିଲ ରହିବ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ