ଓଡିଶା

odisha

ETV Bharat / city

ସମରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲା ୧୨ ଦିନର ଶିଶୁ

ସମ ହସ୍ପିଟାଲରେରେ ହେଲା ବିରଳ ଅସ୍ତ୍ରୋପଚାର । ମାତ୍ର 12 ଦିନ ହେବ ଜନ୍ମ ହୋଇଥିବା ଶିଶୁ ଶରୀରରେ କରାଯାଇଛି ଅସ୍ତ୍ରୋପଚାର । ଅଧିକ ପଢନ୍ତୁ...

By

Published : May 22, 2021, 7:16 AM IST

ସମରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲା ୧୨ ଦିନର ଶିଶୁ
ସମରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲା ୧୨ ଦିନର ଶିଶୁ

ଭୁବନେଶ୍ବର: ସମ ହସ୍ପିଟାଲରେରେ ବିରଳ ଅସ୍ତ୍ରୋପଚାର । ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁ ପାଇଲା ନୂଆ ଜୀବନ । ଶିଶୁକୁ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଏଣ୍ଡ ହସ୍ପିଟାଲ ସମର ଡାକ୍ତର । ଶିଶୁଟିର ଜନ୍ମରୁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଥିଲା ।

ସମରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲା ୧୨ ଦିନର ଶିଶୁସମରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲା ୧୨ ଦିନର ଶିଶୁ

ଏହା ଏକ ଜନ୍ମଗତ ତ୍ରୁଟି ହୋଇ ଥିବାବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା । ତେଣୁ ଏହି ବିରଳ ଅସ୍ତ୍ରୋପଚାର କରାଯାଇଥିବା ହସ୍ପିଟାଲର ପେଡ଼ିଆଟ୍ରିକ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି । ଡକ୍ଟର ପ୍ରଧାନ କହିଛନ୍ତି ଯେ ସମକୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ । ହେଲେ ହସ୍ପିଟାଲକୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଙ୍କଟାପନ୍ନ ଥିଲା । ମେ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି ।

ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ଚାଲେଞ୍ଜ ସୃଷ୍ଟି ହୋଇଥିଲା । ଶିଶୁଟିକୁ ଇଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଛନ୍ତି । ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇ ଥିବାବେଳେ ସେ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details