ଓଡିଶା

odisha

ETV Bharat / city

‘ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ଏକ ଐତିହାସିକ ପଦକ୍ଷେପ’ - ରାଷ୍ଟ୍ରୀୟ ଏକତା ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମକୁ ସମ୍ବାଧନ କଲେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ

ଭୁବନେଶ୍ବରରେ  ଆୟୋଜିତ ହୋଇଛି  ରାଷ୍ଟ୍ରୀୟ ଏକତା ଜନ ଜାଗରଣ ଅଭିଯାନ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ସେଖାୱତ ଯୋଗ ଦୋଇଥିଲେ । ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ଏକ ଐତିହାସିକ ପଦକ୍ଷେପ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Sep 21, 2019, 11:47 PM IST

ଭୁବନେଶ୍ବର: ରାଷ୍ଟ୍ରୀୟ ଏକତା ଜନ ଜାଗରଣ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ସେଖାୱତ ଉପସ୍ଥିତ ରହି ବୁଦ୍ଧିଜୀବିଙ୍କ ସଭାକୁ ସମ୍ବୋଧିତ କରିଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ସେଖାୱତ କହିଥିଲେ ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ଏକ ଐତିହାସିକ ପଦକ୍ଷେପ ।
ଏଥିସହ କେଉଁ ପରିସ୍ଥିତିରେ ଜାମ୍ମୁ କାଶ୍ମୀରରୁ ଧାରା 370 ଲାଗୁ କରାଯାଇଥିଲା, କଣ ପାଇଁ ଏହି ନିଷ୍ପତ୍ତି ନିଆଯାଇଥିଲା ସେ ସମ୍ପର୍କରେ ସେ ଆଲୋକପାତ କରିଥିଲେ।

ଏତିସହ ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନକୁ ସେବା ସପ୍ତାହ ପାଳନ କରି ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଫୋଟୋଚିତ୍ର ପଦର୍ଶନୀକୁ ଉଦଘାଟନ କରିଥିଲେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱାତ।

ତେବେ ଧାରା 370 ଓ 35 (ଏ)କୁ ନେଇ ସାରା ଦେଶରେ ବିଜେପି ପକ୍ଷରୁ 405ଟି ଜନଜାଗରଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କ୍ରମରେ ଶନିବାର ଭୁବନେଶ୍ବରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details