ଭୁବନେଶ୍ବର:ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଯାଇଛି ।
ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ପାଇଁ ୧୫% ସଂରକ୍ଷଣ ବ୍ୟବସ୍ଥା ବିଷୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା ଲାଭ ପାଇଁ ୧୫% ସଂରକ୍ଷଣ ବ୍ୟବସ୍ଥାର ବିଜ୍ଞପ୍ତି ପ୍ରକାଶ ପାଇଛି ।