ଭୁବନେଶ୍ବର: ବାତ୍ୟା ଜୱାଦ (Cyclone Jawad) କୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି (Revenue Minister Sudam Marandi ) ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ଦିଗରେ ପ୍ରସ୍ତୁତ ରହିବାକୁ ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଗଞ୍ଜାମ, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଆଦି ୬ ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି । ଜନସାଧାରଣଙ୍କ ଜୀବନ ଆମ ପାଇଁ ମୂଲ୍ୟବାନ ବୋଲି ମନ୍ତ୍ରୀ କହିଛନ୍ତି । ଏହା ସହ ଉପକୂଳବର୍ତ୍ତୀ ଓ ତଳିଆ ଅଞ୍ଚଳର ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ।