ଭୁବନେଶ୍ବର:ଆଜି ପବିତ୍ର ଗୁରୁଦିବସ । ଗୁରୁ ଶିଷ୍ୟ ପରମ୍ପରାକୁ ସୁଦୃଢ଼ କରିବା ପାଇଁ ଆଜି ଦିନର ମହତ ଉଦ୍ଦେଶ୍ୟ ରହିଛି । ତେବେ ଏହି ଅବସରରେ ଭୁବନେଶ୍ବର ୟୁନିଟ ୮ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ଛାତ୍ରଛାତ୍ରୀ ମାନେ ଗୁରୁଙ୍କୁ ପୂଜାର୍ଚ୍ଚାନା କରିଛନ୍ତି । ଗୁରୁଙ୍କ ବିନା ଜୀବନରେ କେହି କେବେ ସଫଳ ହୋଇନାହାନ୍ତି । ଜୀବନର ପ୍ରତି କ୍ଷଣରେ ଯାହାଙ୍କଠୁ କିଛି ଶିଖିବାକୁ ମିଳେ ସେ ଗୁରୁ ପାଲଟି ଯାଆନ୍ତି । ଜୀଇଁବାର ମାନେ ହେଉ କି ଜ୍ଞାନ ସବୁଠି ତିଆରି ହୁଏ ଗୁରୁ ଶିକ୍ଷ୍ୟର ସୁସମ୍ପର୍କ । ଗୁରୁ ଶିଷ୍ୟର ପବିତ୍ର ସମ୍ପର୍କ ଯୁଗ ଯୁଗରୁ ରହି ଆସିଛି । ଜୀବନର ପ୍ରଥମ ପଥ ପ୍ରଦର୍ଶକ ହେଉଛନ୍ତି ଗୁରୁ । ଈଶ୍ବରଙ୍କ ଅନ୍ୟ ରୂପ ଗୁରୁ ।
ଏହା ବି ପଢନ୍ତୁ- Teachers Day 2022: ଗୁର-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ଗୁରୁ ଦିବସ
ଅଜ୍ଞାନ ଅନ୍ଧାରରୁ ଆଲୋକ ଦେଖାଉଥିବା ବ୍ୟକ୍ତିତ୍ବ ହେଲେ ଗୁରୁ । ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିକା । ଶାସନ ଅନୁଶାସନ ଭିତରେ ଯିଏ ସ୍ନେହ ଭଲ ପାଇବା ଦିଅନ୍ତି ସେ ହେଲେ ଗୁରୁ । ବାପା ମାଆଙ୍କ ପରେ ଜୀବନରେ ଯିଏ ଶିକ୍ଷା ଦିଅନ୍ତି ସେ ହେଲେ ଗୁରୁ । ଗୁରୁ ହେଉଛନ୍ତି ସ୍ବୟଂ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ବରଙ୍କର ଚଳନ୍ତି ପ୍ରତିମା । ସେଇଥି ପାଇଁ ତ କୁହନ୍ତି, 'ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ବର'।