ଓଡିଶା

odisha

By

Published : Aug 26, 2020, 8:20 PM IST

ETV Bharat / city

କୋରୋନା ପ୍ରଭାବ: ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ

କରୋନା ସ୍ଥିତି ସମୀକ୍ଷା ବେଳେ ରାଜ୍ୟର ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ବଡ ନିଷ୍ପତି ନେଇଛନ୍ତି । ପଢନ୍ଚୁ ସମ୍ପୂର୍ଣ୍ଣ ଖବର...

chif minister
chif minister

ଭୁବନେଶ୍ବର: ଆଜି ( ବୁଧବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ଯୋଗେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିଥିଲେ।

କରୋନା ପ୍ରଭାବ; ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ

ସମୀକ୍ଷା ବୈଠକରେ ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ଆସନ୍ତା ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ପୂର୍ବରୁ ଆଜି ( ବୁଧବାର) ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୁକ୍ତ 2 ପର୍ଯ୍ୟନ୍ତ 30 ପ୍ରତିଶତ ସିଲାବସ ହ୍ରାସ ନେଇ ଘୋଷଣା କରିଥିଲେ ।

ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସଏଚଜି ଉପରେ ଅଧିକ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ବେଳେ ଅନ୍ୟ ରାଜ୍ୟରୁ ଆସିଥିବା ପ୍ରବାସୀ ଯେପରି ଓଡିଶାରେ ରୋଜଗାର ପାଇପାରିବେ ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଥିଲେ ।

ସେହିଭଳି ନିର୍ମାଣ ଶ୍ରମିକ ଯୋଜନାରେ ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅନ୍ୟପଟେ ମାସ୍କ ତିଆରିରେ ନିୟୋଜିତ ଥିବା ଏସଏଚଜି ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ ଏସଏଚଜି ମାନଙ୍କ ଠାରୁ ମାସ୍କ କିଣାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସଏଚଜି ମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ବରରୁୂ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details