ଓଡିଶା

odisha

ETV Bharat / city

ଦିଲ୍ଲୀରେ ମାନବ ସମ୍ବଳ ମନ୍ତ୍ରୀଙ୍କୁ ଭେଟିଲେ ଗଣଶିକ୍ଷା ମନ୍ତ୍ରୀ - ସମୀର ଦାଶ

କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ରମେଶ ପୋଖରିଆଲ୍‌ଙ୍କୁ ଭେଟିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବାତ୍ୟା ଫନିରେ ବିଧ୍ବସ୍ତ ହୋଇଥିବା ସ୍କୁଲ ଗୁଡିକର ମରାମତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ୯୬ କୋଟି ଟଙ୍କା ସହାୟତା ପ୍ରଦାନ ନିମନ୍ତେ ଅନୁରୋଧ କରିଛନ୍ତି ।

ଫଟୋ ସୌଜନ୍ୟ:ସମ୍ବାଦଦାତା, ଭୁବନେଶ୍ୱର

By

Published : Jul 30, 2019, 11:16 PM IST

ଭୁବନେଶ୍ବର: କେନ୍ଦ୍ର ମାନବ ସମ୍ବଳ ବିକାଶମନ୍ତ୍ରୀ ଶ୍ରୀ ରମେଶ ପୋଖରିଆଲ୍‌ଙ୍କୁ ଭେଟିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ନୂଆଦିଲ୍ଲୀସ୍ଥିତ ଶାସ୍ତ୍ରୀ ଭବନଠାରେ ମାନବ ସମ୍ବଳ ମନ୍ତ୍ରୀଙ୍କ ସହ ସାକ୍ଷତ କରି ମାଧ୍ୟମିକ ଶିକ୍ଷା ସମ୍ବନ୍ଧରେ ବ୍ୟାପକ ଆଲୋଚନା କରିଛନ୍ତି ।

pic-1

ଏହାସହ ବାତ୍ୟା ଫନିର ବିଧ୍ବସ୍ତ ହୋଇଥିବା ବିଦ୍ୟାଳୟ ଗୁଡିକର ମରାମତି କେନ୍ଦ୍ରମନ୍ତ୍ରୀଙ୍କୁ ୯୬ କୋଟି ଟଙ୍କା ସହାୟତା ପ୍ରଦାନ ନିମନ୍ତେ ଅନୁରୋଧ କରିଛନ୍ତି । ଏହା ବ୍ୟତୀତ ମନ୍ତ୍ରୀ ସମୀର ଦାଶ ସର୍ବଭାରତୀୟ ସ୍ତରରେ ଏକକ ଓଟିଇଟି ପରୀକ୍ଷା ପ୍ରଚଳନ କରିବା, ମଧ୍ୟାହ୍ନ ଭୋଜନରେ ବୃଦ୍ଧି କରାଯାଇଥିବା ପାରିଶ୍ରମିକ ବାବଦରେ ମୁଣ୍ଡପିଛା ପ୍ରତି ପାଚିକା ସହାୟକଙ୍କୁ ୬୦୦ ଟଙ୍କା ଅଧିକ ପ୍ରଦାନ କରିବା ପାଇଁ ଦାବି ଜଣାଇଛନ୍ତି ।

ଭାରତ ସରକାରଙ୍କ ଦ୍ବାରା ଧାର୍ଯ୍ୟ କରାଯାଇଥିବା ନୂତନ ଶିକ୍ଷାନୀତି-୨୦୧୯ ଉପରେ ବିଭିନ୍ନ ଅନୁଷ୍ଠାନର ପ୍ରତିକ୍ରିୟା ସଂଗ୍ରହ ପାଇଁ ଥିବା ଅବଧିକୁ ବୃଦ୍ଧି କରିବା ନିମନ୍ତେ ମଧ୍ୟ ଅନୁରୋଧ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ।
କେନ୍ଦ୍ର ଶିକ୍ଷକ ଶିକ୍ଷା ଓ ସମଗ୍ର ଶିକ୍ଷା ଯୋଜନାରେ କେନ୍ଦ୍ର ସରକାରଙ୍କ ଅଂଶଧନ ବାବଦକୁ ୨୨୯୧.୫୩ ଲକ୍ଷ ଅନୁଦାନ ଦେବାକୁ ମନ୍ତ୍ରୀ ସମୀର ଦାଶ ଅନୁରୋଧ କରିଛନ୍ତି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details