ଓଡିଶା

odisha

ETV Bharat / city

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା - ଓଡିଶା ପାଣିପାଗ

ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ରାୟଗଡା ଜିଲ୍ଲାର ମୁନିଗୁଡା ଠାରେ (୬୪ ମିମି) ରେକର୍ଡ କରାଯାଇଛି। ଅଧିକ ପଢନ୍ତୁ

ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

By

Published : Jul 7, 2022, 8:15 PM IST

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସର୍ବାଧିକ ବର୍ଷା ରାୟଗଡା ଜିଲ୍ଲାର ମୁନିଗୁଡାଠାରେ (୬୪ ମିମି) ରେକର୍ଡ ହୋଇଛି । ସେହିପରି ପୁରୀର ପିପିଲି ଠାରେ ୬୦ ମି.ମି ବର୍ଷା ଏବଂ କନ୍ଧମାଳରେ ୫୧ ମି.ମି ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଣିପାଗରେ ପରିବର୍ତ୍ତନ ହେବାର ସୂଚନା ମିଳିଛି ।

ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲା ଗୁଡିକରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ତେବେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡା, ମାଲକାନଗିରି ଜିଲ୍ଲାରେ ଅଧିକରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ୧ରୁ ଜୁଲାଇ ୭ସୁଧା ୨୧୫.୭ ମି.ମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ଠାରୁ ୨୨ ପ୍ରତିଶତ କମ୍ ରହିଥିବା ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details