ଓଡିଶା

odisha

By

Published : Aug 5, 2021, 9:09 PM IST

Updated : Aug 5, 2021, 10:14 PM IST

ETV Bharat / city

ସ୍ବତନ୍ତ୍ର କୋଭିଡ ପ୍ୟାକେଜ: ଏକ ଲକ୍ଷ ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଏକ ଲକ୍ଷ ଦୁଗ୍ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି । ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ଦୁଗ୍ଧ ଚାଷୀଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା; ଏକ ଲକ୍ଷଙ୍କୁ ୧୧ କୋଟି
ଦୁଗ୍ଧ ଚାଷୀଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା; ଏକ ଲକ୍ଷଙ୍କୁ ୧୧ କୋଟି

ଭୁବନେଶ୍ବର: ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ବାରା ଏକ ଲକ୍ଷ ଦୁଗ୍ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି । ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି ।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ରହିଛି । ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ । ମା'ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍ଧର ବହୁତ ବଡ ଭୂମିକା ରହିଛି । ତେଣୁ ଦୁଗ୍ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି । ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ । ୫-T ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର । ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଛନ୍ତି ।



ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟT ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିବେଳେ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।


ଦୁଗ୍ଧ ଚାଷୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ



କାର୍ଯ୍ୟକ୍ରମରେ ବରଗଡ, ନବରଙ୍ଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି । ବରଗଡରୁ ସତ୍ୟବତୀ ସାହୁ, ନବରଂଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇଥିଲେ । ରାଜ୍ୟ ସରକାର ସେମାନଙ୍କ ଦୁଗ୍ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି । ଦୁଗ୍ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି । ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି ସେମାନେ କହିଛନ୍ତି ।




ରାଜ୍ୟ ସରକାର ଗରିବ ଲୋକଙ୍କ ସାଥିରେ ଅଛନ୍ତି



ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି । ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି । ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା– ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ।




ଦୁଗ୍ଧ ଉତ୍ପାଦନ ୩ ଗୁଣ ବୃଦ୍ଧି ପାଇ ୨୪ ଲକ୍ଷ ମେଟ୍ରିକ ଟନ୍‌ରେ ପହଞ୍ଚିଛି



ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି । ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Aug 5, 2021, 10:14 PM IST

ABOUT THE AUTHOR

...view details