ଭୁବନେଶ୍ବର: ଶିଶୁ ଓ ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।
ଏନେଇ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର 60ଟି ପଦବୀ ସହିତ ସାଇବର୍ ଫରେନ୍ସିକ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି। ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ ।