ଭୁବନେଶ୍ବର :ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର । ନଭେମ୍ବର 30 ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ(low pressure in odisha) ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି । ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆଶଙ୍କା କରିଛି ।
ଏହାପରେ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଦକ୍ଷିଣ ଉପକୂଳ ସହ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି । ଏହି କ୍ରମରେ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ।