ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ପଦୋନ୍ନତି ଯୋଗ୍ୟ କର୍ମଚାରୀଙ୍କ ଜାନୁଆରୀ 1 ସୁଦ୍ଧା ହେବ ପଦୋନ୍ନତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶନାମା ଜାରି ହୋଇଛି ।
ପ୍ରତିବର୍ଷ ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ପ୍ରକ୍ରିୟା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରୀୟ ସମସ୍ତ ସରକାରୀ ଅଫିସରେ ତ୍ଵରିତ ପଦୋନ୍ନତି ପ୍ରକ୍ରିୟା ଲାଗୁ ହେବ। ଜିଲ୍ଲା ଓ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟର କର୍ମଚାରୀଙ୍କ କ୍ଷେତ୍ରରେ ଏହା ଲାଗୁ ହେବ । ତେଣୁ ଜାନୁଆରୀ 1 ସୁଦ୍ଧା ପଦୋନ୍ନତି ଯୋଗ୍ୟ ସମସ୍ତ କର୍ମଚାରୀ ଓ ଅଧିକାରୀମାନଙ୍କୁ ପଦୋନ୍ନତି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।