ଓଡିଶା

odisha

By

Published : Jun 22, 2019, 1:11 PM IST

ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ପ୍ରାକୃତିକ ବିପର୍ଯ୍ୟୟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସଚିବାଳୟରେ ଚାଲିଛି ବୈଠକ । ଏଥିରେ ବନ୍ୟା ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଆଲୋଚନା ହେଉଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ସଚିବାଳୟରେ ବସିଛି ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । ଏଥିରେ ବିଶେଷ କରି ବନ୍ୟା ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଆଲୋଚନା ହେଉଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ତେବେ ବର୍ଷା ଦିନ ଆଗରୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଓ ଆବଶ୍ୟକ ପଦକ୍ଷେପ ନେଇ ବୈଠକରେ ଆଲୋଚନା ଚାଲିଛି । ଉକ୍ତ ବୈଠକରେ କୃଷି ମନ୍ତ୍ରୀ ଅରୁଣ ସାହୁ, ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଂଗ୍ରେସ ନେତା ନରସିଂହ ମିଶ୍ର ଓ ମୁଖ୍ୟ ଶାସନ ସଚିବଙ୍କ ସହ ବିଭାଗୀୟ ସଚିବ ପ୍ରମୁଖ ଉପସ୍ଥିତ ଅଛନ୍ତି ।


ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details