ଓଡିଶା

odisha

By

Published : Mar 10, 2022, 1:59 PM IST

ETV Bharat / city

ଗ୍ରୀଷ୍ମ ପ୍ରବାହ ମୁକାବିଲା: ସମସ୍ତ DEOଙ୍କୁ OSEPAUଙ୍କ ଚିଠି

ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଆଗକୁ ପ୍ରଚଣ୍ଡ ଖରା ହେବ । ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ହୋଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓସେପା ପକ୍ଷରୁ ଗାଇଡ୍‌ ଲାଇନ୍‌ ଜାରି ହେବା ସହିତ DEO ଓ DPC ମାନଙ୍କୁ ଚିଠି ଲେଖିଛନ୍ତି ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ । ଅଧିକ ପଢନ୍ତୁ

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ସରିଲାଣି ଶୀତ । ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଆଗକୁ ପ୍ରଚଣ୍ଡ ଖରା ହେବ । ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ହୋଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓସେପା ପକ୍ଷରୁ ଗାଇଡ୍‌ ଲାଇନ୍‌ ଜାରି ହେବା ସହିତ DEO ଓ DPC ମାନଙ୍କୁ ଚିଠି ଲେଖିଛନ୍ତି ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ।

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଶିକ୍ଷାନୁଷ୍ଠାନରେ ପିଇବା ପାଣି ଓ ORS ମହଜୁଦ ରଖିବାକୁ ଚିଠିରେ ନିର୍ଦ୍ଦେଶ ହୋଇଛି । ଆଗକୁ ଅଧିକ ଖରା ହେବାକୁ ନଜରରେ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଓସେପା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ନିର୍ଦେଶ ଦିଆଯାଇଛି । ସ୍କୁଲ ତଥା ଶିକ୍ଷାନୁଷ୍ଠାନରେ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ ଏବଂ କ୍ୟାମ୍ପସରେ ଥିବା ନଳକୂଅ କିମ୍ବା ଅନ୍ୟାନ୍ୟ ପାନୀୟ ଜଳ ଯୋଗାଣକୁ ଯୁଦ୍ଧ କାଳୀନ ଭିତ୍ତିରେ ମରାମତି କରାଇବାକୁ କୁହାଯାଇଛି ।

ଆବଶ୍ୟକ ହେଲେ ବିଦ୍ୟାଳୟ କର୍ତ୍ତୃପକ୍ଷ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ସହରାଞ୍ଚଳ ପାନୀୟ ଜଳ ଯୋଗାଣ ସଂସ୍ଥା ସହ ଯୋଗାଯୋଗ କରିପାରିବେ । ସ୍କୁଲକୁ ଆସିବା ସମୟରେ ଛାତ୍ରଛାତ୍ରୀ ସାଙ୍ଗରେ ପାଣି ବୋତଲ ଆଣିବା ଲାଗି ଅଭିଭାବକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ,ଇଟିଭି ଭାରତ

For All Latest Updates

TAGGED:

ABOUT THE AUTHOR

...view details